୮ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: କିଛି ଦିନର ତାତି ପରେ ଆଜିଠୁ ବଦଳିଛି ପାଣିପାଗର ମିଜାଜ୍। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଏଭଳି ପାଗ ଆସନ୍ତା ୨୭ ତାରିଖ ଯାଏଁ ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବାରୁ ଏହାର ପ୍ରଭାବରେ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି।

ବିଶେଷ କରି କଳାହାଣ୍ଡି, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର ଏବଂ କେଉଁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳର ଅନ୍ୟ ଜିଲ୍ଲାରେ ବର୍ଷାର ପରିମାଣ କମ୍ ରହିଲେ ବି ଘଡ଼ଘଡ଼ି ସହ କୁଆପଥର ମାଡ଼ ହେବ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି।

You might also like