ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ୧୦ ଜିଲ୍ଲାକୁ ଆଲର୍ଟ। କାଲିଠୁ ୫ ଦିନ ଯାଏ ବର୍ଷିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ କାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ପାଇଁ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଂଜ, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କୋରାପୁଟ।