୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ, ସମ୍ବଲପୁର ଓ ସୁବର୍ଣ୍ଣପୁର।

ଏସବୁ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି କନ୍ଧମାଳ ଜିଲ୍ଲାର ଉପାନ୍ତ ଇଲାକାରେ ପ୍ରବଳ ବର୍ଷାରେ ବେହାଲ ଅବସ୍ଥା। ଜିଲ୍ଲାର କୋଟଗଡ଼ ଓ ଦାରିଙ୍ଗବାଡି ବ୍ଲକର ସୀମାନ୍ତ ଇଲାକାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ରାସ୍ତାଘାଟ ସଂପୂର୍ଣ୍ଣ ଶୋଚନୀୟ ହୋଇପଡିଛି।

କାଦୁଅ ପଚ ପଚ ଘାଟି ରାସ୍ତାରେ ଯିବାଆସିବା କରିବା କଷ୍ଟକର ହୋଇପଡୁଛି। ପ୍ରବଳ ବର୍ଷା ଓ ଖସଡା ଯୋଗୁ ଯାତ୍ରୀବାହି ଅଟୋ ଘାଟିରେ ଉଠିପାରୁନି। ଲୋକେ ବର୍ଷାରେ ଓହ୍ଲାଇ ଅଟୋକୁ ଠେଲୁଥିବା ଦେଖିବାକୁ ମିଳିଛି। ଏପରିକି ଉପାନ୍ତ ଅଂଚଳବାସିନ୍ଦା ପ୍ରବଳ ବର୍ଷା ଯୋଗୁ ଘରୁ ବି ବାହାରିପାରୁନାହାନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like