୮ ଯାଏଁ ବର୍ଷିବ, କାଲି ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ୮ ଯାଏଁ ବର୍ଷାଠୁ ନିସ୍ତାର ନାହିଁ। କାଲି ପର୍ଯ୍ୟନ୍ତ ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ। ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏ ନେଇ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ କାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

  • କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଅନୁଗୁଳରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
  • ଅନ୍ୟ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା:- ଗଜପତି, ରାୟଗଡ଼ା, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗିର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲା।

ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ଭୂସ୍ଖଳନ, ଲଗାଣ ବର୍ଷା ଜନିତ ୱାଟର ଲଗିଂ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି। ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

You might also like