୨୪ ଘଣ୍ଟାରେ ୧୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା !

ଭୁବନେଶ୍ୱର: ଆଉ ୩ ଦିନ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ୩ ଦିନ ଯାଏଁ ରାଜ୍ୟର ଅଧତ୍କାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ୧୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ବୌଦ୍ଧ, ପୁରୀ, କନ୍ଧମାଳ
ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କଟକ, ମୟୂରଭଂଜ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

ତେବେ କାଲିଠୁ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୬ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

୭ରୁ ବର୍ଷାର ପରିମାଣ କମିବ, କିଛି ସ୍ଥାନରେ ପାଗ ମେଘୁଆ ରହିବ। ଆଗାମୀ ୨୪ ଘଣ୍ଟାରେ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ଉତ୍ତର ଆଣ୍ଡାମାନ ସାଗର  ଓ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୯ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨-୩ ଦିନ ମଧ୍ୟରେ  ଡିପ୍ରେସନରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମ ଦିଗରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like