୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ତୀବ୍ର ଅବପାତର ରୂପ ନେବା ସମ୍ଭାବନା ରହିଛି।

ପରେ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତିକରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  ଆଜିଠୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାପରେ ପଶ୍ଚିମ, ପଶ୍ଚିମ-ଉତ୍ତର ଦିଗରେ ଗତି କରି ୧୨ ତାରିଖ ସକାଳ ସମୟରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 

ସେହିପରି ୧୨ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ

You might also like