୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡ଼ିଶା ଉପରୁ ଅବପାତ ପ୍ରଭାବ ଯାଇଥିଲେ ତେବେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। କାଲି ଯାଏ ପ୍ରବଳ ବର୍ଷିବ। ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।

ବର୍ଷା ସମ୍ଭାବନା ନେଇ କାଲି ପର୍ଯ୍ୟନ୍ତ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା- ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର।

ସେହିପରି ଘଡ଼ଘଡ଼ି ଏବଂ ବଜ୍ରପାତ ନେଇ ଆଉ ୬ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର ଓ ଦେବଗଡ଼।

ଡିପ୍ ଡିପ୍ରେସନ ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା ହୋଇଥିବା SRC ସୂଚନା ଦେଇଛନ୍ତି। ବିଶେଷ କରି ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଗଂଜାମର ୩ଟି ବ୍ଲକ ଓ ଗଜପତିର ୭ଟି ବ୍ଲକ ବେଶୀ ପ୍ରଭାବିତ ହୋଇଛି।

ଗଂଜାମରେ ୩ ଦିନରେ ୩ଶହ ମିଲିମିଟରରୁ ଅଧିକ ବର୍ଷା ହୋଇଥିବା ବେଳେ ଗଜପତିର ୭ ଟି ବ୍ଲକରେ ୧୫୦ ମିମି ବର୍ଷା ହୋଇଛି। ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲେ ମଧ୍ୟ ବନ୍ୟା ପରିସ୍ଥିତିର ଆଶଙ୍କା ନାହିଁ। ସେହିପରି ବଂଶଧାରା ନଦୀରେ ଜଳସ୍ତର ହ୍ରାସ ପାଉଥିବା ଏସଆରସି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like