ଆସୁଛି ବଡ଼ ବର୍ଷା, ଉପକୂଳ ଭିଜିବ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ  ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। ସେହିପରି କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ବଜ୍ରପାତ ଯୋଗୁଁ ଧନଜୀବନ ହାନି ହୋଇଛି।

ଆଜି ଅପରାହ୍ନରେ ଝଡ଼ବର୍ଷା ସହ ବଜ୍ରପାତ ନେଇ ରାଜ୍ୟର ଅଧା ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, କଟକ, ପୁରୀ ଓ ମୟୂରଭଂଜ  କଟକ ଓ ଭୁବନେଶ୍ୱର ସହରବାସୀଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

You might also like