୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ। ଏହାସହ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ଅନୁଗୁଳ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।

ସେପଟେ କିଛି ଜିଲ୍ଲାରେ ଭୂସ୍ଖଳନ ଓ ବନ୍ୟାସ୍ଥିତି ଉପୁଜିବା ଆଶଙ୍କା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ  ସରକାର ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ମୁକାବିଲା ପାଇଁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପୂର୍ବ ପ୍ରସ୍ତୁତି କରିବା ସହ ରନ୍ଧା ଖାଦ୍ୟ, ପାନୀୟ, ଆଲୋକ ଓ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବା ରାସ୍ତାରେ ବିକଳ୍ପ ଗମନାଗମନ ସୁବିଧା ପାଇଁ ମଧ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like