କାଲିଠୁ ବର୍ଷା! ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରୁ ଗଭୀର ଅବପାତର ରୂପ ନେଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ଚେନ୍ନାଇଠାରୁ ୮୦୦ କିଲୋମିଟର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।

ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗତକାଲି ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ସେହିପରି ଗତକାଲି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ତାରିଖ ଦିନ ମଧ୍ୟ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୧୭ତାରିଖରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।

ଏଥିସହ ରାଜ୍ୟର ସମସ୍ତ ବନ୍ଦରରେ ଡିସି-୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

You might also like