ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ  ବରଗଡ଼। ଏହାସହ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ସହ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ସୂଚନାଥାଉ କି, ଗତ ୩ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଗତକାଲି ଅପରାହ୍ନରୁ କିଛି ସ୍ଥାନରେ ପାଗରେ ପରିବର୍ତ୍ତନ ହୋଇଥିଲେ ମଧ୍ୟ ଅନେକ ସ୍ଥାନରେ ଏବେବି ବର୍ଷା ଲାଗି ରହିଛି।

ଅନ୍ୟପକ୍ଷରେ, ଲଗାଣ ବର୍ଷା ଯୋଗୁ ମହାନଦୀ ସମେତ ଅନ୍ୟ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

You might also like