ଆହୁରି ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଏଥିସହ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ କନ୍ଧମାଳ। ଏହିସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତାକାଲି ଓ ଶୁକ୍ରବାର ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଦିନ ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ସର୍ବାଧିକ ୩୬ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like