ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା; ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ବଢ଼ିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତାକାଲି ପୁରୀ, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଯଦି ଲଘୁଚାପ ସୃଷ୍ଟି ହୋଇ ଉପରମୁଣ୍ଡରେ ବର୍ଷା ପରିମାଣ ବଢ଼ିବ ତା’ହେଲେ ବନ୍ୟା ପରିସ୍ଥିତି ଉପୁଜିପାରେ।

You might also like