ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି; ଦୁଇ ଦିନ ଧରି ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା କିଛି ଘଣ୍ଟା ମଧ୍ୟରେ ଡିପ୍ରେସନ୍‌ ଏବଂ ପରେ ଡିପ୍‌-ଡିପ୍ରେସନ୍‌ରେ ପରିଣତ ହେବ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି ।  ଗତକାଲି ରାତିଠୁ ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ସକାଳୁ ମଧ୍ୟ କିଛି ସ୍ଥାନରେ ବର୍ଷା ହେଉଛି।

ତେବେ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ୨୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ ଓ ଅନୁଗୁଳ।

You might also like