ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଅବପାତରୁ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଚେନ୍ନାଇ ଠାରୁ ୯୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ର ରୂପ ନେବା ସମ୍ଭାବନା ରହିଛି। ଫଳରେ ଏହାର ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।

ସେହିପରି ୧୬ରୁ ସାରା ରାଜ୍ୟରେ ବର୍ଷା ସହ କୋହଲା ପାଗ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୭ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହଯାଇଛି।

You might also like