ଲଘୁଚାପ ପ୍ରଭାବରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟର ୧୨ ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକ ହେଲା- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କନ୍ଧମାଳ , ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ ।  ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

ଚଳିତ ବର୍ଷ ଅଗଷ୍ଟ ମାସରେ ୨୭% ଅଧିକ ବର୍ଷା ହୋଇଛି। କେବଳ ଗଜପତି ଓ ନୂଆପଡ଼ା ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ, ଗତ ତିନି ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଲଗାତାର ତିନିଟି ଲଘୁଚାପ ସୃଷ୍ଟି ହୋଇଛି।

You might also like