ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।
କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ରାଜ୍ୟର ଅନ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଇଛି।