ଲଘୁଚାପ ପ୍ରଭାବରେ ଜୁନ୍‌ ୧୦ରୁ ପ୍ରବଳ ବର୍ଷିବ ! ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍‌’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁନ୍‌ ୧୦ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧିରେ ଧିରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଯଦି ଜାରି ରହେ ତେବେ ୨-୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିପାରେ ବୋଲି କୁହାଯାଉଛି।

You might also like