• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୧ ତାରିଖ ଯାଏ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। 

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଉପକୂଳ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ(ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଢେଙ୍କାନାଳ) ‍ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ନେଇ ଆଜି ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସମ୍ଭାବ୍ୟ ଲଘୁଚାପ ବଳୟକୁ ଦୃଷ୍ଟିରେ ରଖି ୨୦ ତାରିଖରୁ ବର୍ଷାର ପରିମାଣ ବଢିପାରେ। ଏଥିପାଇଁ ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୧୯, ୨୦, ୨୧ ତାରିଖ ଏହି ତିନି ଦିନ ମତ୍ସ୍ୟଜୀବୀ ମାନଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି।

Heavy-rainfall-likely-in-odisha-from-today-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories