ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହିଥିବା ବେଳେ ଗତକାଲିଠୁ ବର୍ଷାର ପରିମାଣ ହ୍ରାସ ପାଇଛି। ମାତ୍ର ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ତେବେ ଆସନ୍ତା ୧୮, ୧୯, ୨୦ ତାରିଖ ଆଡ଼କୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ସେହିପରି ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଗତକାଲି ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୮୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
#WeatherUpdate: ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହିଛି। ତେବେ ଆଗକୁ କେମିତି ରହିବ ପାଣିପାଗ ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ସୁଦର୍ଶନ ମିଶ୍ର #Odisha pic.twitter.com/xa5fGwN03k
— ଓଟିଭି (@otvkhabar) September 16, 2019