୯ରୁ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରବଳରୁ ଅତି ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି।

୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ।

ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ବର୍ଷା ଜନିତ ସ୍ଥିତି ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କୁ ସତର୍କ କରାଇଛନ୍ତି।

ସେହିପରି ବର୍ତ୍ତମାନ ବଙ୍ଗୋପ ସାଗରରେ ସକ୍ରିୟ ହୋଇଛି ଲଘୁଚାପ। ବର୍ତ୍ତମାନ ପାଇଁ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ ହିଁ ରହିଛି। ଏହି ଲଘୁଚାପ ସମୁଦ୍ରପତ୍ତନ ଠାରୁ ୭. ୬ କିଲୋମିଟର ପର୍ଯ୍ୟନ୍ତ ବାୟୁମଣ୍ଡଳରୁ ଲମ୍ବିଛି ଏହି ଘୂର୍ଣ୍ଣିବଳୟ।

ତେବେ ଏନେଇ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି। ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସମ୍ଭାବନା ରହିଛି। ଏଥିପାଇଁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ତୟାର ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

You might also like