ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଓଡ଼ିଶା ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି।

ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା-କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏପରି ପାଗ ଆସନ୍ତା ୫ ତାରିଖ ଯାଏ ରହିପାରେ। ତେଣୁ ସମୁଦ୍ର ଭିତରକୁ ମତ୍ସଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।

You might also like