ବଙ୍ଗୋପସାଗରରେ ଲଘୁଚାପ: ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଗତ ରାତିରୁ ହିଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି।

ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ୱରେ ମୋଟ ୩୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁର।

ସେହିପରି ଉତ୍ତର ଓ ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକ ହେଲା-ଅନୁଗୁଳ, କଟକ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର। ଆସନ୍ତା ୨୧ ତାରିଖ ବେଳକୁ ଲଘୁଚାପର ପ୍ରଭାବ ହ୍ରାସ ପାଇବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

You might also like