୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି।

ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଜାରି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କଟକ, ବାଲେଶ୍ୱର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ଧରି ଏହି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସୂଚନାଥାଉ କି, ଆଜିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ଆସନ୍ତାକାଲିଠୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like