ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ହକି ବିଶ୍ୱକପ୍‌ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବାବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସେହିପରି ରାଜ୍ୟର ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ଦିନ ସାଢେ ୧ଟାରୁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ସାଢେ ୧ଟାରୁ ବନ୍ଦ ରହିବ।

୨୮ ତାରିଖରେ କଟକରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ଏହି ଦିନ ସହରର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଅଫିସ୍‌ ସାଢ଼େ ୧ଟାରୁ ବନ୍ଦ ରହିବ।

ହକି ଛୁଟି ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ୨ଟି ପର୍ଯ୍ୟାୟରେ ହେବ। ୨୭ ତାରିଖରେ କଳିଙ୍ଗ ଷ୍ଟାଡିୟମ୍‌ରେ ଏବଂ ୨୮ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ହେବ।

ଉଭୟ ସ୍ଥାନରେ ଓସ୍କାର ବିଜେତା ସଙ୍ଗୀତ ନିର୍ଦ୍ଦେଶକ ଏ.ଆର୍.ରହମାନଙ୍କ କାର୍ଯ୍ୟକ୍ରମ ଦେଖିବାକୁ ମିଳିବ। ତା’ ସହ ଅନେକ ବଡ଼ ବଡ଼ ସେଲିବ୍ରିଟି ମଧ୍ୟ ଉଭୟ କାର୍ଯ୍ୟକ୍ରମରେ ସାମିଲ ହେବେ।

You might also like