ରାଇରଙ୍ଗପୁର : ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ। ସ୍ତ୍ରୀକୁ ପିଟି ପିଟି ମାରି ଦେଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର କାଙ୍କି ଗାଁରେ ଘଟିଛି ହତ୍ୟାକାଣ୍ଡ। ଅଭିଯୁକ୍ତ ସ୍ୱାମୀ ଭାନେ ମାର୍ଡି ବହଳଦା ଥାନାରେ ଆତ୍ମସମର୍ପଣ କରିବା ପରେ ପୁଲିସ୍ କୋର୍ଟ ଚାଲାଣ କରିଛି।
ମିଳିଥିବା ସୂଚନା ଅନୁସାରେ,ଗତକାଲି ରାତିରେ ଭାନେ ଓ ବୁନି ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ହୋଇ ଭାନେ ଠେଙ୍ଗାରେ ସ୍ତ୍ରୀ ବୁନିକୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ବୁନିଙ୍କ ମୃତ୍ୟୁ ହୋଇଥିଲା। ପୁଲିସ୍ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ହତ୍ୟାରେ ବ୍ୟବହୃତ ହୋଇଥିବା ଠେଙ୍ଗାକୁ ଜବତ କରି ତଦନ୍ତ କରୁଛି।