ଆଇଏଏସ୍ ଉଷା ପାଢ଼ୀଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା କ୍ୟାଡର ଆଇଏଏସ୍ ଉଷା ପାଢ଼ୀଙ୍କୁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି। ବ୍ୟୁରୋ ଅଫ୍ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ଉଷାଙ୍କୁ ନିଯୁକ୍ତି ଦିଆଯାଇଛି। ପ୍ରଥମ ମହିଳା ଭାବେ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ସେ ନିଯୁକ୍ତି ପାଇଛନ୍ତି। ନୂଆ ନିଯୁକ୍ତି ନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। ତାଙ୍କ ପୂର୍ବରୁ ଆଇପିଏସ୍ ରାକେଶ ଆସ୍ଥାନା ଏହି ବିଭାଗର ଡିଜି ଭାବେ ସେ ଦାୟିତ୍ୱ ନିର୍ବାହ କରିଥିଲେ।

 

୨୦୧୯ରେ ଓଡ଼ିଶା କ୍ୟାଡରର ବରିଷ୍ଠ ଆଇଏଏସ୍‌ ଅଧିକାରୀ ଉଷା ପାଢ଼ୀ ପବନ ହଂସ ଲିମିଟେଡର ଚେୟାରମ୍ୟାନ ଓ ମ୍ୟାନେଜିଂ ଡାଇରେକ୍ଟର ଭାବେ ନିଯୁକ୍ତି ପାଇଥିଲେ। କେନ୍ଦ୍ର ସରକାରଙ୍କ ବେସାମରିକ ବିମାନ ଚଳାଚଳ ବିଭାଗରେ ଯୁଗ୍ମ ସଚିବ ଥିବା ଉଷା ପାଢୀଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ମିଳିଥିଲା।

usha

ପ୍ରଥମ ମହିଳା ଭାବେ ଉଷା ପାଢ଼ୀଙ୍କୁ  ପବନ ହଂସ ଲିମିଟେଡର ସିଏମଡି ଦାୟିତ୍ୱ ଦିଆଯାଇଥିଲା। ପବନ ହଂସ ହେଉଛି ଭାରତର ସବୁଠାରୁ ବଡ଼ ହେଲିକପ୍ଟର ସେବା ଯୋଗାଉଥିବା କମ୍ପାନୀ। ଉଚ୍ଚକୋଟିର ହେଲିକପ୍ଟର ସେବା ସହ ଉନ୍ନତମାନର ରକ୍ଷଣାବେକ୍ଷଣରେ ଏହାର ଖ୍ୟାତି ରହିଛି।

୨୦୧୮ରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଦାୟିତ୍ୱରେ ଥିବା ବେଳେ ଉଷା ପାଢ଼ୀ କୋରାପୁଟ ଜିଲ୍ଲା ଜୟପୁରରେ ଏୟାରପୋର୍ଟ ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଜୟପୁରକୁ ଉଡ଼ାଣ ଯୋଜନାରେ ସାମିଲ କରାଇବାରେ ତାଙ୍କର ଭୂମିକା ଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like