ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଗଣିବେ ମୋଟା ଅଙ୍କର ଜରିମାନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାଳ ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି।

ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଗଣିବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ଏହି ନିୟମ ଭାଙ୍ଗନ୍ତି ପ୍ରଥମ ଓ ଦ୍ୱିତୀୟ ଥର ପାଇଁ ତାଙ୍କୁ ୫ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ। ସେହିପରି ତୃତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୧ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ। ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ସେହିପରି ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ ବି କରାଯିବ ବୋଲି ଡିଜିପି କହିଛନ୍ତି। ଏହାସହ ବିନା କାରଣରେ ବାହାରେ ନ ବୁଲିବା ପାଇଁ ପୁଲିସ୍‌ ଡିଜି ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି।

You might also like