ବୀରମିତ୍ରପୁର: ବୀରମିତ୍ରପୁର ନାବାଳିକାଙ୍କୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗ ଘଟଣାରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ନିଲମ୍ବିତ କରାଯାଇଛି । କାର୍ଯ୍ୟରେ ଅବହେଳା ଓ ବେଆଇନ୍ କାର୍ଯ୍ୟ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ଦେଇଛନ୍ତି ପଶ୍ଚିମାଞ୍ଚଳ ରେଂଜ ଡିଆଇଜି କବିତା ଜଲାନ୍।
ଗର୍ଭପାତ ଘଟଣାରେ ଜଣେ ଡିଏସ୍ପି ମାମଲାର ତଦନ୍ତ କରୁଛନ୍ତି । ଘଟଣାରେ ଯେଉଁ ମାନଙ୍କର ସମ୍ପୃକ୍ତି ଥିବ, ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଓଟିଭିକୁ ସୂଚନା ଦେଇଛନ୍ତି ଡିଆଇଜି କବିତା ଜଲାନ୍ ।
ଏହି ମାମଲାରେ ୬ ଜଣଙ୍କ ନାଁରେ ରାଏବଗା ଥାନାରେ ମାମଲା ରୁଜୁ ହୋଇଛି ।
ସୂଚନାଯୋଗ୍ୟ, ନାବାଳିକାଙ୍କୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗରେ ରାଏବୋଗା ଥାନାରେ ୬ ଜଣଙ୍କ ନାମରେ ମାମଲ ରୁଜୁ ହୋଇଥିଲା। ସେମାନଙ୍କ ମଧ୍ୟରେ ବୀରମିତ୍ରପୁର ଥାନା ଅଧିକାରୀଙ୍କ ସମେତ ଅନ୍ୟ ଜଣେ କର୍ମଚାରୀ, ନାବାଳିକାଙ୍କ ସମ୍ପର୍କୀୟ, ୨ ସାଙ୍ଗ ଓ ଗର୍ଭପାତ କରାଇଥିବା ଡାକ୍ତର ଅଛନ୍ତି।