୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ଥିବା ବେଳେ ସକାଳୁ ସକାଳୁ ସ୍ୱଳ୍ପ ବର୍ଷା ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଏବଂ ଆସନ୍ତାକାଲି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି। ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like