ପୁଣି ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗ; ଗର୍ଭପାତ ଉଦ୍ୟମ ପରେ ନାବାଳିକା ଗୁରୁତର

କନ୍ଧମାଳ: ପୁଣି ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଅଞ୍ଚଳରେ ଏହି ଘଟଣା ଘଟିଛି। ନାବାଳିକା ଜଣକ ଗର୍ଭପାତ ଉଦ୍ୟମ କରିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ନାବାଳିକାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ନାବାଳିକା ଜଣକ ଗର୍ଭବତୀ ହେବା ପରେ ପ୍ରେମିକ ଜଣକ ତାଙ୍କୁ କିଛି ଔଷଧ ଖୁଆଇଥିଲେ ବୋଲି ଅଭିଯୋଗ ହୋଇଛି। ଯାହା ପରେ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା।

ସୂଚନାଥାଉ କି, ଗତ କିଛିଦିନ ତଳେ କନ୍ଧମାଳ ଜିଲ୍ଲାରେ ଏକ ସେବାଶ୍ରମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଶିଶୁକନ୍ୟା ପ୍ରସବ ଘଟଣାକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାର କିଛିଦିନ ପରେ ରାଜ୍ୟରେ ଆଉ କିଛି ସ୍ଥାନରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ତେବେ ରାଜ୍ୟରେ ବାରମ୍ବାର ଏଭଳି ଘଟଣା ଘଟୁଥିବା ନେଇ ନାବାଳିକାଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

You might also like