ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀ ପାଳିତ

ନୂଅାଦିଲ୍ଲୀ / ଭୁବନେଶ୍ୱର : ଅାଜି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ୧୦୧ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ନୂଅାଦିଲ୍ଲୀସ୍ଥିତ ତାଙ୍କ ସମାଧିସ୍ଥଳ ଶକ୍ତିପୀଠରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଅାଯାଇଛି। ୟୁପିଏ ଅଧ୍ୟକ୍ଷା ସୋନିଅା ଗାନ୍ଧି, କଂଗ୍ରେସ ସଭାପତି ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ବହୁ ବିଶିଷ୍ଟ ରାଜନେତା ଓ ବ୍ୟକ୍ତିବିଶେଷ ସ୍ୱର୍ଗତ ଇନ୍ଦିରା ଗାନ୍ଧିଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀ ମଧ୍ୟ ଇନ୍ଦିରା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ଏକ ପ୍ରାର୍ଥନା ସଭାର ମଧ୍ୟ ଅାୟୋଜନ ହୋଇଥିଲା।

ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀ ଭୁବନେଶ୍ୱରରେ ବି ପାଳିତ ହୋଇଛି। ଏ ଅବସରରେ ଭୁବନେଶ୍ୱର ଅାଇଜି ପାର୍କରେ ଅାୟୋଜିତ କାର୍ଯ୍ୟକ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଜୟଦେବ ଜେନାଙ୍କ ସହ ଦଳର ବହୁ ନେତା ଓ କର୍ମୀ ସାମିଲ ହୋଇଥିଲେ।

You might also like