ମତ ବଦଳାଇଲେ ସରକାର: ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ନୁହେଁ ୨୭୦

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ନୁହେଁ ୨୭୦ ଜଣ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୁନିଶ୍ଚିତ କରିଛି।

ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟରେ ୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ସେଥିମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୨୪ ଆକ୍ରାନ୍ତ ଓ ଖୋର୍ଦ୍ଧାରୁ ମାତ୍ର ଜଣେ ଚିହ୍ନଟ ହୋଇଥିବା କୁହାଯାଇଥିଲା। ତେବେ ପରେ ଖୋର୍ଦ୍ଧା ଆକ୍ରାନ୍ତ ଜଣକ ମୁମ୍ବାଇବାସୀ ବୋଲି ଜଣାପଡ଼ିବାରୁ ତଥ୍ୟରେ ସଂସୋଧନ କରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୦ ବୋଲି ଦର୍ଶାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ମୁମ୍ବାଇ ଆକ୍ରାନ୍ତ ଜଣକ ସଡ଼କ ଦୁର୍ଘଟଣା ହେବା ପରେ ଆହତ ହୋଇ ଭୁବନେଶ୍ୱର AIIMS ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କୁ ଭୁଲ ବଶତଃ  ଖୋର୍ଦ୍ଧା ଆକ୍ରାନ୍ତ ବୋଲି ଗଣତି କରିଥିଲେ ସରକାର। ପରେ ଏଥିରେ ସଂଶୋଧନ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସଂଶୋଧିତ ତଥ୍ୟ ଅନୁସାରେ, ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଥିବା ବେଳେ ରାଜ୍ୟରେ ମୋଟ ୨୭୦ ଆକ୍ରାନ୍ତ ହୋଇଛନ୍ତି। ତେବେ ଖବର ଲେଖାଯିବା ସୁଦ୍ଧା ଆଦି ଗୋଟିଏ ଦିନରେ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Image

 

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like