ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, ବସ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା: ଚଣ୍ଡିଖୋଲ-ପାରଦୀପ ରାସ୍ତା ଏନ୍ଏଚ୍- ୫ (କ) ହଳଦିଆପଡ଼ା ରାଧାଭାଟି ନିକଟରେ  ଏକ ଦୁର୍ଘଟଣାରେ ଜଣେ ସ୍କୁଟି‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଉକ୍ତ ବସ୍‌କୁ ଜାଳି ଦେଇଛନ୍ତି।

ବସ୍‌ଟି କୋଲକାତାରୁ ପାରାଦୀପ ଯାଉଥିଲା। ଏହି ସମୟରେ ହଳଦିଆପଡ଼ା ରାଧାଭାଟି ନିକଟରେ ବସ୍‌ଟି ଜଣେ ସ୍କୁଟି ଚାଳକଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା।

ମୃତକଙ୍କ ପରିଚୟ ଜଣାପଡ଼ିନାହିଁ। ମୃତକ ଜଣକ ସ୍ଥାନୀୟ ହଳଦିଆଗଡ଼ାରେ ଏକ ଦୋକାନ କରିଥିବା ସୂଚନା ମିଳିଛି। ଉତ୍ତ୍ୟକ୍ତ ଲୋକେ ବସ୍‌ରେ ଥିବା ସମସ୍ତ ଯାତ୍ରୀଙ୍କୁ ତଳକୁ ଓହ୍ଲାଇ ବସ୍‌ରେ ନିଆଁ ଲଗାଇ ଦେଇଥିଲେ। ନିଆଁ ଲାଗି ବସ୍‌ରେ ଥିବା ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

ଖବରପାଇ ଘଟଣାସ୍ଥଳରେ ପୋଲିସ୍‌ ଓ ସହ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

You might also like