୭ରେ ଓଡ଼ିଶା ପହଞ୍ଚିବେ ଜଗା,କାଳିଆ

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚିବେ ଜଗା, କାଳିଆ। ୬ ତାରିଖ ଦିନ ସେମାନେ ବାପାମା’ଙ୍କ ସହିତ ରାଜଧାନୀ ଏକ୍ସପ୍ରେସ୍‌ରେ ଦିଲ୍ଲୀରୁ ବାହାରିବେ। ୭ ତାରିଖ ଦିନ ସେମାନେ କଟକରେ ପହଞ୍ଚିବେ।

ଜଗା,କାଳିଆଙ୍କ ସହିତ ଏମ୍‌ସ ଡାକ୍ତର ଏବଂ ଓଡ଼ିଶା ଭବନ କର୍ମଚାରୀ ବି ଆସିବେ। ଦିଲ୍ଲୀ ଏମ୍ସରୁ ଫେରିବା ପରେ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ରଖାଯିବ। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲୁପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଛନ୍ତି। ୨୦୧୭ରେ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବାବେଳେ କନ୍ଧମାଳର ଏହି ଦୁଇଶିଶୁ ଜଗାକାଳିଆଙ୍କ ସମ୍ପର୍କରେ ପ୍ରଥମେ ଓଟିଭି ଖବର ପ୍ରସାରଣ କରିଥିଲା। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଉଭୟ ଶିଶୁଙ୍କୁ ଦିଲ୍ଲୀ ଏମ୍‌ସକୁ ପଠାଇଥିଲେ। ସେବେଠାରୁ ସେମାନେ ସେଠାରେ ଅଛନ୍ତି।

ଆହୁରି ପଢ଼ନ୍ତୁ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

You might also like