• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ପ୍ରାୟ ୨ ବର୍ଷ ପରେ ଆଜି ଓଡ଼ିଶା ଫେରିବେ ଜଗା-କାଳିଆ। ଅପରାହ୍ନରେ ସେମାନେ କଟକରେ ପହଞ୍ଚିବା ପରେ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଉଭୟଙ୍କୁ ଏସ୍‌ସିବିକୁ ନିଆଯିବ।

ଏସ୍‌ସିବିରେ ଜଗା,କାଳିଆଙ୍କ ପାଇଁ ଆଇସିୟୁ ସୁବିଧା ଥିବା ଦୁଇ ଶଯ୍ୟା ବିଶିଷ୍ଟ କୋଠରୀର ବ୍ୟବସ୍ଥା ହୋଇଛି। ଚିକିତ୍ସା ପାଇଁ ୧୬ ଜଣିଆ ଟିମ୍ ଗଠନ କରାଯାଇଛି। ଆବଶ୍ୟକ ହେଲେ ଅଧିକ ଡାକ୍ତରଙ୍କୁ ଟିମ୍‌ରେ ସାମିଲ କରାଯିବ ବୋଲି ମେଡିକାଲ୍‌ ଅଧିକ୍ଷକ କହିଛନ୍ତି।

ଗତକାଲି ଦିଲ୍ଲୀରୁ ରାଜଧାନୀ ଏକ୍ସପ୍ରେସରେ କଟକ ଅଭିମୁଖେ ବାହାରିଛନ୍ତି ଜଗା, କାଳିଆ। ଦିଲ୍ଲୀ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗ ମୁଖ୍ୟ ଡାକ୍ତର ଦୀପକ ଗୁପ୍ତା ଓ ନ୍ୟୁରୋ ଆନେସ୍ଥେସିଆ ବିଭାଗ ଡାକ୍ତର ଗିରିଜା ରଥଙ୍କ ସହ ଓଡ଼ିଶା ନିବାସ କର୍ମଚାରୀଙ୍କୁ ମିଶାଇ ମୋଟ ୧୧ ଜଣ ଜଗା କାଳିଆଙ୍କ ସହ ଆସୁଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲୁପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଛନ୍ତି। ୨୦୧୭ରେ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବାବେଳେ କନ୍ଧମାଳର ଏହି ଦୁଇଶିଶୁ ଜଗା,କାଳିଆଙ୍କ ସମ୍ପର୍କରେ ପ୍ରଥମେ ଓଟିଭି ଖବର ପ୍ରସାରଣ କରିଥିଲା। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଉଭୟ ଶିଶୁଙ୍କୁ ଦିଲ୍ଲୀ ଏମ୍‌ସକୁ ପଠାଇଥିଲେ।

Jaga-kalia-to-return-cuttack-today-2
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories