ଯାଜପୁରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ୨ କରୋନା ଆକ୍ରାନ୍ତ‌ ଚିହ୍ନଟ ଖବର ସାମ୍ନାକୁ ଆସିଛି।

ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଯାଜପୁରରୁ ଏହି ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ଛୁଇଁଛି।

ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବାବେଳେ  ସେମାନଙ୍କ ମଧ୍ୟରୁ ୪୧ ଜଣ ସୁସ୍ଥ ହୋଇଛନ୍ତି। ୧୦୫ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।

You might also like