ପୋଲିସକୁ ଏକ ବଡ଼ ସଫଳତା, ୧୧ ଜଣିଆ ଡକାୟତି ଗ୍ୟାଙ୍ଗ୍ ଗିରଫ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଧର୍ମଶାଳା ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି। ୧୧ ଜଣିଆ ବଡ଼ ଡକାୟତି ଗ୍ୟାଙ୍ଗକୁ  ଗିରଫ କରିଛି ପୋଲିସ। ସେମାନଙ୍କ ଠାରୁ ନଗଦ ୫ଲକ୍ଷ ୮୯ ହଜାର ଟଙ୍କା ସହ ୭୬ ଗ୍ରାମ ସୁନା, ୧୨କେଜି ରୂପା, ଗୋଟିଏ ବନ୍ଧୁକ ଏବଂ ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଛି।

ଗତ ୬ ତାରିଖ ରାତିରେ ଧର୍ମଶାଳା ଥାନା ଅନ୍ତର୍ଗତ ବ୍ରହ୍ମବରଦାଠାରେ ଏକ ଜୁଏଲାରୀ ବ୍ୟବସାୟୀ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ। ଏହି ସମୟରେ ଡକାୟତମାନେ ଭୁଜାଲିରେ ଆକ୍ରମଣ କରି ଲୁଟ୍ କରିଥିଲେ। ପୋଲିସ ଏହି ଘଟଣାର ତଦନ୍ତ କରି ଏଥିରେ ସମ୍ପୃକ୍ତ ୧୧ ଜଣ ଡକାୟତଙ୍କୁ ଗିରଫ କରିଛି।

ଯାଜପୁର ଜିଲ୍ଲା ସମେତ କଟକ, କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ବିଭିନ୍ନ ଥାନାରେ ଏମାନଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି। ଗିରଫ ପରେ ଡକାୟତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଅନ୍ୟପଟେ ବରମୁଣ୍ଡା ବସଷ୍ଟାଣ୍ଡରେ ଦାଦା ବଟି ଆଦାୟ କରୁଥିବା ବେଳେ ଚାରି ଅଭିଯୁକ୍ତଙ୍କୁ ଗିରଫ କରିଛି ଖଣ୍ଡଗିରୀ ଥାନା ପୋଲିସ। ସେମାନେ ହେଲେ, ଦୀପକ ବେହେରା, ସୌମ୍ୟ ରଞ୍ଜିନ ସ୍ୱାଇଁ, ଭରତ ପ୍ରଧାନ ଓ ରାୟଗଡ଼ାର ଅଶୋକ ସ୍ୱାଇଁ। ସେମାନଙ୍କ ନିକଟରୁ ଏକ ଲକ୍ଷ ଚାରି ହଜାର ଟଙ୍କା ସହ ୫ଟି ମୋବାଇଲ ଓ ଏକ ସ୍କର୍ପିଓ ଗାଡ଼ିକୁ ଜବତ କରିଛି କମିଶନରେଟ ପୋଲିସ। ତେବେ ଦାଦା ବଟି ଆଦାୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର କହିଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like