ମହାକାଳପଡ଼ାରେ ବୈଜୟନ୍ତ ପଣ୍ଡାଙ୍କ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ନିର୍ବାଚନମଣ୍ଡଳୀରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ଏକ ବିଶାଳ ଶୋଭାଯାତ୍ରା କରିଛନ୍ତି।

ମହାକାଳପଡ଼ା ନିର୍ବାଚନମଣ୍ଡଳୀର ବତୀଘର ପଞ୍ଚାୟତ ବଡ଼ଟୁବି ଗାଁରୁ ଏହି ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଶୋଭାଯାତ୍ରାରେ ହଜାର ହଜାର ଦଳୀୟ କର୍ମୀ ଓ ଜନସାଧାରଣ ସାମିଲ ହୋଇଥିଲେ।

ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ମହାକାଳପଡ଼ା ବିଜେପି ବିଧାୟକ ପ୍ରାର୍ଥୀ ବିଜୟ ପ୍ରଧାନ ଲୋକଙ୍କୁ ଭେଟି ଅଞ୍ଚଳର ସମସ୍ୟା ନେଇ ଆଲୋଚନା କରିବା ସହ ବିଜେପିକୁ ଭୋଟ୍ ଦେଇ ଜିତାଇବାକୁ ନିବେଦନ କରିଛନ୍ତି।

You might also like