DGCAକୁ ଯାଇ ତଥ୍ୟ ପ୍ରଦାନ କଲେ ବୈଜୟନ୍ତ

ଭୁବନେଶ୍ୱର: ଚିଲିକାରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ହେଲିକପ୍ଟର ଉଡ଼ାଣ ଅଭିଯୋଗ ପ୍ରସଙ୍ଗରେ ଦିଲ୍ଲୀ DGCAକୁ ଯାଇ ତଥ୍ୟ ପ୍ରଦାନ କରିଛନ୍ତି ବୈଜୟନ୍ତ।

DGCAରୁ ବାହାରିବା ପରେ ବୈଜୟନ୍ତ ପ୍ରତିକ୍ରିୟା ଦେଇ କହିଛନ୍ତି, DGCA ଯାହା ତଥ୍ୟ ମାଗିଲେ ତାଙ୍କୁ ପ୍ରଦାନ କରିଛି। ମୋ ପ୍ରତି ଅାସିଥିବା ଅଭିଯୋଗ ମିଥ୍ୟା, ଯାହାକୁ ୫ଥର ବଦଳାଯାଇଛି ବୋଲି କହିଛନ୍ତି ବୈଜୟନ୍ତ। ମୁଁ ଲୋକମାନଙ୍କ ସହ ଜଡ଼ିତ ରହି ବିିଭିନ୍ନ ସ୍ଥାନ ବୁଲୁଥିବାରୁ ଏପରି ଅଭିଯୋଗ ଅଣାଯାଇଛି ବୋଲି କହିଛନ୍ତି ବୈଜୟନ୍ତ। ରାଜ୍ୟର ଅନେକ ଲୋକ ଏସବୁ ସ୍ଥାନରେ ବିମାନ ଉଡ଼ାଇଛନ୍ତି। ସେମାନେ ବିମାନ ଉଡ଼ାଇ ଥିଲେ ବି କାର୍ଯ୍ୟାନୁଷ୍ଠାନ ନିଅାଯାଇନି ବୋଲି ବୈଜୟନ୍ତ କହିଛନ୍ତି। DGCA ନ୍ୟାୟ ଦେବେ ବୋଲି ଅାଶା ରହିଥିବା କହିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା।

ତେବେ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କାହାରି ପ୍ରତିକ୍ରିୟା ମିଳିପାରି ନାହିଁ।

You might also like