JEE Main 2020 Results: ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ/ଭୁବନେଶ୍ୱର: JEE Main 2020 ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ୯୯.୯୯% ରଖି ୩୪ତମ ସ୍ଥାନ ହାସଲ କରିଛନ୍ତି।

ସୂଚନାଥାଉ କି, ୨୪ ଜଣ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ୍ ମାର୍କ ରଖିଛନ୍ତି। ଟପ୍ପର ତାଲିକାରେ ତେଲେଙ୍ଗାନାର ୮ଜଣ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ ମାର୍କ ରଖିଛନ୍ତି। ଦ୍ୱିତୀୟ ସ୍ଥାନରେ ରହିଛି ଦିଲ୍ଲୀ। ଦିଲ୍ଲୀରୁ ୫ଜଣ ପରୀକ୍ଷାର୍ଥୀ ଟପ୍ପର ତାଲିକାରେ ରହିଛନ୍ତି। ରାଜସ୍ଥାନରୁ ୪, ଆନ୍ଧ୍ର ପ୍ରଦେଶରୁ ୩, ହରିୟାଣାରୁ ୨ ଏବଂ ଗୁଜରାଟ ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ ମାର୍କ ରଖିଛନ୍ତି।

JEE Main ପାଇଁ ୮ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୩୫ ହଜାର ଛାତ୍ରଛାତ୍ରୀ ଅର୍ଥାତ୍‌ ୭୪% ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ JEE Main ପରୀକ୍ଷା ହୋଇଥିଲା। ତେବେ ପରୀକ୍ଷା ସରିବାର ମାତ୍ର ୪ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଛି। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି-NTA ଦ୍ୱାରା ପରିଚାଳିତ ପରୀକ୍ଷାର ରେଲଜ୍ଟ ଛାତ୍ରଛାତ୍ରୀମାନେ jeemain,nta.nic.in ୱେବ୍‌ସାଇଟ୍‌କୁ ଯାଇ ଜାଣିପାରିବେ।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like