• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା। ସେ ଟ୍ୱିଟରରେ ଲେଖିଛନ୍ତି, ନିଖୁଣ ଅଭିନୟ ପାଇଁ ସଲିଲ ମିତ୍ର ଓଡ଼ିଶାର ଘରେ ଘରେ ପରିଚିତ ଥିଲେ।  ଓଡ଼ିଆ ଚଳଚ୍ଚିତ୍ର ଓ ଟେଲି ଜଗତ ପାଇଁ ତାଙ୍କର ଅବଦାନ ଚିରସ୍ମରଣୀୟ। ସଲିଲଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ବୈଜୟନ୍ତ ।

ଗତ ୧୨ ତାରିଖରେ କେନ୍ଦୁଝର ଘଟଗାଁ କଲେଜ ଛକ ନିକଟରେ ସଲିଲଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଓ ପରେ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।  ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

Joy-panda-gave-condolence-for-ollywood-actor-comedian-salil-mitra
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories