ଆଜିଠାରୁ ଆରମ୍ଭ ହେଉଛି ତିନି ଦିନିଆ କଳିଙ୍ଗ ସାହିତ୍ୟ ମହୋତ୍ସବ

ଭୁବନେଶ୍ୱର : ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଉଛି ତିନି ଦିନିଆ କଳିଙ୍ଗ ସାହିତ୍ୟ ମହୋତ୍ସବ। ଏହି ମହୋତ୍ସବରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଦୃଷ୍ଟିରେ ଭାରତ ଶୀର୍ଷକରେ ଆଲୋଚନା କରାଯିବ। ଏଥିରେ ୨୫୦ରୁ ଅଧିକ ଜାତୀୟ ଏବଂ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖକ, କବି,ଗୀତିକାର, ସାମ୍ବାଦିକ ଓ ବୁଦ୍ଧିଜୀବୀମାନେ ସାମିଲ ହେବେ।

ଏହି ଅବସରରେ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା, ପାରୋ ଆନନ୍ଦଙ୍କୁ ମିଳିବ ସମ୍ମାନଜନକ କଳିଙ୍ଗ ସାହିତ୍ୟ ପୁରସ୍କାର। ଏହି ସାହିତ୍ୟ ମହୋତ୍ସବରେ କଳାକୃତି ମଧ୍ୟ ପ୍ରଦର୍ଶିତ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

You might also like