ଖାକିରେ କଳଙ୍କ, ଯୁବତୀଙ୍କୁ ଦୁଷ୍କର୍ମ କଲେ ପିଏସ୍‌ଓ !

ଫୁଲବାଣୀ (ତ୍ରିନାଥ ସାହୁ) : ଖାକିରେ ଲାଗିଲା କଳଙ୍କ। କାମ କରାଇବା ବାହାନାରେ ଜଣେ ଯୁବତୀଙ୍କୁ ପିଏସ୍‌ଓ ନିଜ ଘରେ ରଖି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ କନ୍ଧମାଳ ଜିଲ୍ଲାରୁ ଆସିଛି। ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ଥିବା ଜଣାପଡ଼ିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି।

ଘଟଣାଟି ଏମିତି। କନ୍ଧମାଳ ଜିଲ୍ଲା ପୁଲିସରେ କାର୍ଯ୍ୟରତ ଜଣେ ପିଏସ୍‌ଓ ପପୁ (ଛଦ୍ମନାମ) ନିଜ ଘର କାମରେ ଜଣେ ଯୁବତୀଙ୍କୁ ନିୟୋଜିତ କରିଥିଲେ। ତାଙ୍କ ଘରେ ରହଣୀ ସମୟରେ ପପୁ ସମ୍ପୃକ୍ତ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ। ଏପରିକି ତାଙ୍କ ସହିତ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଯାହାଫଳରେ ଯୁବତୀ ଜଣକ ବର୍ତ୍ତମାନ ୩ରୁ ୪ ମାସର ଗର୍ଭବତୀ ରହିଛନ୍ତି।

ପୀଡ଼ିତାଙ୍କ ମାଆ ଆଜି ଏନେଇ ଖଜୁରୀପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏପରିକି PSO ପପୁ ତାଙ୍କ ଝିଅକୁ ଦୁଷ୍କର୍ମ କରିଥିବା ଏତଲାରେ ଦର୍ଶାଯାଇଛି। ପୁଲିସ ଅଭିଯୋଗକୁ ଭିତ୍ତିକରି ପୀଡିତାର ଡାକ୍ତରୀ ମାଇନା କରିଛି। ଏଥିସହ ଅଭିଯୁକ୍ତ PSOକୁ ପୁଲିସ ଅଟକ ରଖିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like