ପ୍ରେମକୁ ନେଇ ହତ୍ୟାକାଣ୍ଡ

ବାଉଁଶ ବୁଦାରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା  : ପ୍ରେମକୁ ନେଇ ହତ୍ୟାକାଣ୍ଡ ଅଭିଯୋଗ। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ କଦଳୀବଣ ଗାଁର ଅଙ୍ଗନଓ୍ୱାଡ଼ି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।  ମୃତକ ହେଲେ ସଂଯୁକ୍ତା ବେହେରା। ବାଉଁଶ ବୁଦାରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ପ୍ରେମ ସଂପର୍କକୁ ନେଇ ସଂଯୁକ୍ତାଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ଭଉଣୀ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୁଲିସ ଏକ ମାମଲା ରୁଜୁ କରିଛି।  ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ପ୍ରାଥମିକ ଅନୁସନ୍ଧାନରୁ ଏହା ପ୍ରେମ ଜନିତ ହତ୍ୟାକାଣ୍ଡ ବୋଲି ପୁଲିସ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

You might also like