ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବରଣ କରିଥିବା ଦ୍ୱିତୀୟ ମୃତକ ଜଣଙ୍କ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ବୟସ ୭୭ ବର୍ଷ। ସେ ଉଚ୍ଚ ରକ୍ତଚାପ, ମଧୁମେହ ଓ କିଡନୀ ରୋଗରେ ପୀଡ଼ିତ ଥିଲେ। ସେ ୪୧ ନମ୍ବର କରୋନା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ଥିଲେ।
ଏପ୍ରିଲ ୨୮ରେ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ କିମସ୍ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା।
ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରେ ୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୧ଜଣ ସୁସ୍ଥ ହୋଇଥିବା ବେଳେ ୧୫ଜଣ ଚିକିତ୍ସିତ ହେଉଛନ୍ତି।
ସୂଚନାଥାଉ କି, ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି।