ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ସୁନ୍ଦରଗଡ: ମହିଳା ପୋଲିସ ଇନ୍ସପେକ୍ଟରଙ୍କୁ ନିର୍ଯାତନା। ଅଧ୍ୟାପକ ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସୁନ୍ଦରଗଡ ବୀରମିତ୍ରପୁର ଥାନା IIC। ବିବାହ ପରଠୁ ଆଇଆଇସିଙ୍କ ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିବା ଭଳି ଅଭିଯୋଗ ଆଣିଛନ୍ତି ମହିଳା ଆଇଆଇସି।

ରଘୁନାଥପାଲି ଥାନାରେ ଗତ ୧୭ତାରିଖରେ ଏତଲା ଦେବା ପରେ ୪୯୮ ଓ ୩୦୭ ଦଫା ରୁଜୁ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ରାଉରକେଲା ସରକାରୀ କଲେଜରେ ଅଧ୍ୟାପକ ଅଛନ୍ତି IICଙ୍କ ସ୍ୱାମୀ। ମାମଲା ପରେ ଏନେଇ ତଦନ୍ତ ଜାରି ରଖିଛି ପୋଲିସ। ତେବେ ଏନେଇ ମହିଳା IICସି ସ୍ୱାମୀଙ୍କ ପ୍ରତିକ୍ରିୟା ମିଳିପାରିନି।

ଏଠି କହିରଖିବୁ, ମହିଳା ଆଇଆଇସିଙ୍କ ସ୍ୱାମୀ ରାଉରକେଲାର ଏକ ସରକାରୀ କଲେଜରେ ଅଧ୍ୟାପକ ଅଛନ୍ତି। ୧୩ ବର୍ଷ ତଳେ ଉଭୟଙ୍କର ବିବାହ ହୋଇଥିଲା। ଆଇଆଇସି ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି ଯେ, ବିବାହର ୩ ବର୍ଷ ପରେ ସ୍ୱାମୀ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଛନ୍ତି। ଏବେ ନିର୍ଯାତନା ଅସହ୍ୟ ହେବାରୁ ଗତ ଗୁରୁବାର ରଘୁନାଥ ପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ପାଇବା ପରେ ରଘୁନାଥପାଲି ପୋଲିସ ଗତକାଲି ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like