ଜମିବାଡ଼ିକୁ ନେଇ ବିବାଦ, ୬ ଗୁରୁତର

କେନ୍ଦ୍ରାପଡା: ଜମିବାଡ଼ି ବିବାଦକୁ ନେଇ ମରଣାନ୍ତକ ଆକ୍ରମଣ।  ଆକ୍ରମଣରେ ୬ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା  ପାଟକୁରା ଥାନା ଶାଶିନୀପଡା ଗାଁରେ।

ଖବର ଅନୁଯାୟୀ, ଦୁଇ ପରିବାର ମଧ୍ୟରେ ଜମିବାଡ଼ି ବିବାଦକୁ ନେଇ ଏଭଳି କାଣ୍ଡ ଘଟିଥିବା ଜଣାପଡ଼ିଛି।  ଏଥିରେ ଆହତ ହୋଇଥିବା ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।  ଦୀର୍ଘଦିନ ହେବ ଦୁଇ ପରିବାର ମଧ୍ୟରେ ୨୬ ଡିସିମିଲ ଜମି ପାଇଁ ବିବାଦ ଲାଗିରହିଥିଲା ।

ଆଜି ସକାଳୁ ଦୁଇ ପରିବାର ମଧ୍ୟରେ ବଚସା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ଉଗ୍ର ରୂପ ଧାରଣ କରିଥିଲା । ଗୋଟିଏ ପରିବାରର ଆକ୍ରମଣରେ ଅନ୍ୟ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି । ଏ ସମ୍ପର୍କରେ ସ୍ଥାନୀୟ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like