ତେଜୁଛି ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃ ସ୍ଥାପନ ଦାବି

ଭୁବନେଶ୍ୱର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃ ସ୍ଥାପନ ଦାବି ନେଇ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ତହସିଲ ଏବଂ କୋର୍ଟକୁ ବନ୍ଦ କରିବାକୁ ଜିଲ୍ଲା ଓକିଲ ସଂଘ ନିଷ୍ପତ୍ତି ନେଇଛି।

ଗତକାଲି ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃ ସ୍ଥାପନ ଦାବି ନେଇ ୨୪ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଜିଲ୍ଳା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଥିଲା।

ଫଳରେ ବଲାଙ୍ଗିର ସହରର ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ନେତା, ଜନତା ଓ ଶ୍ରମିକ ସଂଗଠନଠୁ ଆରମ୍ଭ କରି ସାମାଜିକ ଅନୁଷ୍ଠାନଗୁଡିକ ମଧ୍ୟ ବନ୍ଦକୁ ସମର୍ଥନ ଜଣାଇଥିଲେ।

You might also like