ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍

ବାଲେଶ୍ୱର: ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍। ବାଲେଶ୍ୱର ଜିଲ୍ଲା ଆଇଟିଆଇ ଛକ ସ୍ଥିତ ଏକ ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିବା ଜଣାପଡ଼ିଛି।

ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗ୍ୟାସ୍ ଲିକ୍ ବନ୍ଦ କରିଛନ୍ତି।  ତେବେ ଗ୍ୟାସ୍‌ ଲିକ୍‌କୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେବାସହ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ।

ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ବୁଝାସୁଝା ପରେ ରାସ୍ତାରୋକ ହଟିଛି।

You might also like